ଭିଜିବ ସାରା ରାଜ୍ୟ

ଭୁବନେଶ୍ୱର, ୧୭ା୮(ବୁ୍ୟରୋ): ଲଘୁ·ପ ବର୍ଷାରେ ପୁଣି ଭିଜିବ ସାରା ଓଡ଼ିଶା । ଆସନ୍ତା ୧୨ ଘଣ୍ଟାରେ ଲଘୁ·ପର ରୂପନେବ ଘୁର୍ଣ୍ଣିବଳୟ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୬ ଜିଲ୍ଲାକୁ ଅରେଞ୍ଜ ଓ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କନ୍ଧମାଳ, କଲାହାଣ୍ଡିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।
ବର୍ତ୍ତମାନ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଫଳରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ପାଣିପାଗକେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଉତ୍ତର-ପୂର୍ବ, ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମୁଦ୍ର ପତନଠାରୁ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ ଓ ବିସ୍ତୃତି ବଢିବ ।
ଲଘୁ·ପ କ୍ଷେତ୍ର ପ୍ରଭାବରେ କେତେକ ଜିଲ୍ଲାରେ ଗୁରୁବାର ଭଳି ଶୁକ୍ରବାର ପ୍ରବଳବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ଗୋଟିଏ ଓ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପୁରୀ, ଖୋର୍ଦ୍ଧା, କଟକ, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲାର କିଛି ସ୍ଥାନରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଶୁକ୍ରବାର ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ସତର୍କତା ଜାରି ହୋଇଛି । ଏହି ସମୟରେ ୧୨୦ ରୁ ୧୫୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ପ୍ରବଳ ବର୍ଷା ପାଇଁ ଟ୍ୱିନ୍ ସିଟିକୁ ସତର୍କ ସୂଚନା ଜାରି କରାଯାଇଛି । ବର୍ଷାବେଳେ ଟ୍ରାଫିକ୍ ସମସ୍ୟା ଦେଖାଯିବା ନେଇ ମଧ୍ୟ ସମ୍ଭାବନା ରହିଛି । ଗାଡିମୋଟର ଧିରେ ଚଳାଚଳ କରିବାକୁ ପରମର୍ଶ ଦିଅ ।ଯାଇଛି । ପ୍ରବଳ ବର୍ଷା ସମୟରେ ଘରୁ ନ ବାହାରିବାକୁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ପୁରୀ, କଟକ, ଖୋର୍ଦ୍ଧା, ଜଗତସିଂହପୁର, ନୟାଗଡ, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ସୋନପୁର, ସମ୍ବଲପୁର, କଳାହାଣ୍ଡି, ବଲାଙ୍ଗିର, ନୂଆପଡା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି- ଏହି ୧୬ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ଦେବଗଡ, ବରଗଡ, ରାୟଗଡା, ଝାରସୁଗୁଡା ଓ ସୁନ୍ଦରଗଡ ଏହି ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
୧୮ ତାରିଖରେ ସମ୍ବଲପୁର, ସୋନପୁର, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ଅନୁଗୋଳ, ଗଞ୍ଜାମ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ବୌଦ୍ଧ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ଦେଖିବାକୁ ମିଳିଛି, ମୟୁରଭଞ୍ଜରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *