ଚିତ୍ରକୋଣ୍ଡାରେ ନିର୍ମାଣ ହେବ ୩ ସେତୁ

ସ୍ୱାଭିମାନ ଅଞ୍ଚଳର ରୂପାନ୍ତର ପ୍ରକ୍ରିୟାରେ ନୂଆ ଗତି
ଭୁବନେଶ୍ୱର, ୨୧ା୮(ବୁ୍ୟରୋ): ମାଲକାନଗିରି ଜିଲ୍ଲାର ସ୍ୱାଭିମାନ ଅଞ୍ଚଳ ଏବେ ବିକାଶ ପଥରେ ଦ୍ରୁତ ଅଗ୍ରଗତି କରୁଛି । ଗୁରୁପ୍ରିୟା ସେତୁ ନିର୍ମାଣ ପରଠାରୁ ସ୍ୱାଭିମାନ ଅଞ୍ଚଳବାସୀଙ୍କ ପାଇଁ ଗମନାଗମନ, ବିଦ୍ୟୁତ, ପାନୀୟ ଜଳ, ଶିକ୍ଷା, ସ୍ୱାସ୍ଥ୍ୟ, ଟେଲିଯୋଗାଯୋଗ ଆଦି ଅନେକ ମୌଳିକ ସେବା ସୁବିଧାରେ ଉପଲବ୍ଧ ହେଉଛି । ରୂପାନ୍ତର ପ୍ରକ୍ରିୟାରେ ସ୍ୱାଭିମାନ ଅଞ୍ଚଳ ତ୍ୱରିତ ଗତିରେ ବଢୁଛି । ସାମାଜିକ ଓ ଆର୍ଥିକ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ସେତୁ ଯୋଜନା (ସାମାଜିକ ଆର୍ଥିକ ବିକାଶ) ଆରମ୍ଭ ହୋଇଛି । ଏହି ପ୍ରକ୍ରିୟାକୁ ଆହୁରି ଆଗକୁ ନେଇ ଯୋଗାଯୋଗ ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିତ୍ରକୋଣ୍ଡା ବ୍ଲକରେ ୩ ବୃହତ ସେତୁ ନିର୍ମାଣ କରିବା ପାଇଁ ନିଷ୍ପତ୍ତିି ନେବା ସହିତ ୧୦୧ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହାଦ୍ୱାରା ସ୍ୱାଭିମାନ ଅଞ୍ଚଳର ୩୭ ହଜାର ଲୋକ ଉପକୃତ ହେବେ ।
ଗମନାଗମନର ସୁବିଧା ସହିତ ସାମାଜିକ ସୁବିଧା ସୁଯୋଗ ଓ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବସ୍ୱ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।
ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ନିଦେ୍ର୍ଦଶରେ ୫-ଟି ସଚିବ ଭିକେ ପାଣ୍ଡିଆନ ଗତ ମାର୍ଚ୍ଚ ୨୯ରେ ମାଲକାନଗିରି ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିଥିଲେ । ଲୋକେ କରିଥିବା ଅନୁରୋଧକୁ ଶ୍ରୀ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ଏହାପରେ ମୁଖ୍ୟମନ୍ତ୍ରୀ ୩ ନୂତନ ବୃହତ ସେତୁ ନିର୍ମାଣ ପାଇଁ ୧୦୧ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହିି ସେତୁ ମଧ୍ୟରେ ଖଲିଆଗଡ ନାଳ ଉପରେ ଯନ୍ତ୍ରୀ ଠାରୁ ଢାକପଦର ରାସ୍ତା ପର୍ଯ୍ୟନ୍ତ ୧୧୧ ମିଟର ଦୈର୍ଘ୍ୟ ବିଶିଷ୍ଟ ଏକ ସେତୁ ର୍ନିମାଣ କରାଯିବ । ଏଥିପାଇଁ ୨୦ କୋଟି ଟଙ୍କା ଖର୍ଚ୍ଚ ହେବ । ପଣସପୁଟ ଓ ଯନ୍ତ୍ରୀ ପଞ୍ଚାାୟତର ଲୋକମାନେ ଏହାଦ୍ୱାରା ବିଶେଷ ଉପକୃତ ହେବେ । ଦ୍ୱିତୀୟ ସେତୁ କୁମୁଡାଗୁଡା ନଦୀ ଉପରେ ଘନବେଡା ଠାରୁ କୋଡିଗାନ୍ଧୀ ରାସ୍ତା ପର୍ଯ୍ୟନ୍ତ ନିର୍ମାଣ କରାଯିବ । ୨୨୩ ମିଟର ଦୀର୍ଘ ଏହି ସେତୁ ପାଇଁ ୨୭ କୋଟି ଟଙ୍କା ଖର୍ଚ୍ଚ ହେବ ଓ ପଣସପୁଟ, ଯନ୍ତ୍ରୀ ଏବଂ ଆଣ୍ଡ୍ରାପାଲ୍ଲୀ ପଞ୍ଚାୟତର ଲୋକେ ଉପକାର ପାଇବେ ।
ତୃତୀୟ ସେତୁ ମାଛକୁଣ୍ଡ ନଦୀ ଉପରେ ନିର୍ମାଣ କରାଯିବ । ଏହା ବିଶେଇଗୁଡାକୁ ଯନ୍ତ୍ରୀ ପର୍ଯ୍ୟନ୍ତ ଯୋଡିବ । ୩୭୨ ମିଟର ଦୀର୍ଘ ଏହି ସେତୁ ପାଇଁ ୫୪ କୋଟି ଟଙ୍କା ବ୍ୟୟ ହେବ । ଫଳରେ ଯନ୍ତ୍ରୀ, ପେପରମେଟଲା ଓ ଆଣ୍ଡ୍ରାପାଲ୍ଲୀ ପଞ୍ଚାୟତବାସୀ ଉପକୃତ ହୋଇପାରିବେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *