ବସ୍ତିବାସିନ୍ଦାଙ୍କୁ ଜମି ପଟ୍ଟା

୫ ମହାନଗରର ୬୫ ହଜାର ପରିବାର ଉପକୃତ
ଜାଗା ସହ ମିଳିବ ଘର ତିଆରି ସହାୟତା
ବସ୍ତିବାସୀଙ୍କୁ ଭୂମି ଅଧିକାର ଦେବାରେ ଓଡ଼ିଶା ଏକମାତ୍ର ରାଜ୍ୟ
ଅକ୍ଟୋବରରେ ଦ୍ୱିତୀୟ ପର୍ଯ୍ୟାୟ ପଟ୍ଟା ବଣ୍ଟନ
ଗରିବ ଲୋକର ମଧ୍ୟ ସ୍ୱାଭିମାନ ସହ ବଞ୍ଚିବା ଅଧିକାର ଅଛି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୮ା୮(ବୁ୍ୟରୋ): ଜାଗା ମିଶନ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ୬୫ ହଜାର ଭୂମିହୀନ ବସ୍ତିବାସିନ୍ଦାଙ୍କୁ ଜମି ପଟ୍ଟା ବଣ୍ଟନ କରିଛନ୍ତି । କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର, କଟକ, ବ୍ରହ୍ମପୁର, ସମ୍ବଲପୁର ଓ ରାଉଲକେଲା ଏହି ୫ଟି ମହାନଗର ନିଗମର ୬୫ ହଜାର ଗରିବ ପରିବାରକୁ ଭୂମି ଅଧିକାର ପ୍ରମାଣପତ୍ର ପ୍ରଦାନ କରିଛନ୍ତି । ବିଜୁ ଆଦର୍ଶ କଲୋନୀରେ ପରିଣତ ହୋଇଥିବା ୧୦୧୦ଟି କଲୋନୀକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜାଗା ସହ ଘର କରିବା ପାଇଁ ଆର୍ଥିକ ସହାୟତା ମଧ୍ୟ ଦିଆଯିବ । ଅକ୍ଟୋବରରେ ଦ୍ୱିତୀୟ ପର୍ଯ୍ୟାୟ ଜମି ପଟ୍ଟା ପ୍ରଦାନ କରାଯିବ । ସହରର ସବୁ ଗରିବ ପରିବାରଙ୍କୁ ଭୂମି ଅଧିକାର ମିଳିବା ପର୍ଯ୍ୟନ୍ତ ଏହି ଅଭିଯାନ ଜାରି ରହିବ । ସବୁ ବସ୍ତି ହେବ ବିଜୁ ଆଦର୍ଶ କଲୋନୀ ।
ଉପସ୍ଥିତ ବସ୍ତିବାସିନ୍ଦାଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଲେ, ଗରିବ ଲୋକଙ୍କ ପାଇଁ ଆଜି ଏକ ଐତିହାସିକ ଦିବସ । ଯେଉଁମାନେ ସହରର ଗଳିକନ୍ଦିରେ ବର୍ଷ ବର୍ଷ ଧରି ରହି ଏହାର ବିକାଶରେ ଜୀବନ ବିତାଇ ଆସିଛନ୍ତି, ସେ ସହରରେ ସେମାନଙ୍କର ନ ଥିଲା ନିଜର ବୋଲି କହିବାକୁ ଖଣ୍ଡେ ଜାଗା ବା ଘର । ନା ଥିଲା ଅଧିକାର, ନା ସମ୍ମାନ । ଆଜି ଠାରୁ ଏସବୁ ଇତିହାସ ହେଲା । ସହର କେବଳ ଧନୀ ଲୋକଙ୍କର ନୁହେଁ, ଗରିବ ଲୋକର ମଧ୍ୟ ସ୍ୱାଭିମାନ ସହ ସହରରେ ବଞ୍ଚିବାର ଅଧିକାର ରହିଛି । ସେମାନଙ୍କ ଅବଦାନକୁ ଆମେ ସମସ୍ତେ ସମ୍ମାନ ଜଣାଇବା ଉଚିତ । ଜାଗା ମିଶନ ଗରିବ ଲୋକଙ୍କୁ ସମ୍ମାନ ଦେଇଛି, ନୂଆ ପରିଚୟ ଦେଇଛି । ଆମର ଏ କାର୍ଯ୍ୟକ୍ରମ କେବଳ ଓଡିଶା ନୁହେଁ, ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିପାରିଛି । ବିକାଶର ସୁଫଳରେ ଗରିବ ଲୋକର ପ୍ରଥମ ଅଧିକାର ରହିଛି । ସହରର ରୂପାନ୍ତରରେ ଜାଗା ମିଶନ ନୂଆ ଯୁଗ ଆରମ୍ଭ କରିଛି । ସମସ୍ତଙ୍କ ସହଯୋଗରେ, ସମସ୍ତଙ୍କୁ ସାଥିରେ ନେଇ ଆମେ ଆଗକୁ ବଢୁଛୁ । ଏକ ନୂଆ ଓଡିଶା, ସଶକ୍ତ ଓଡିଶା, ରୂପାନ୍ତରିତ ଓଡିଶା ଗଢିବା ଆମର ଲକ୍ଷ୍ୟ । ଏହି ଲକ୍ଷ୍ୟ ପୂରଣ ଦିଗରେ ଆଜିର କାର୍ଯ୍ୟକ୍ରମ ଏକ ମାଇଲଖୁଣ୍ଟ ହୋଇ ରହିବ ।
୨୦୧୮ରୁ ଆରମ୍ଭ ହୋଇଥିବା ଜାଗା ମିଶନ କାର୍ଯ୍ୟକ୍ରମରେ ବର୍ତ୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ ସହରର ସହରର ବସ୍ତିଗୁଡିକରେ ରହୁଥିବା ୧ ଲକ୍ଷ ୭୦ହଜାରରୁ ଅଧିକ ପରିବାରଙ୍କୁ ଭୂମି ଅଧିକାର ମିଳିଛି । ସୋମବାରର କାର୍ଯ୍ୟକ୍ରମକୁ ମିଶାଇ ୨ ଲକ୍ଷ ୪୦ ହଜାର
ପରିବାରକୁ ଭୂମି ଅଧିକାର ମିଳିଛି । ଏହା ସହିତ ୪୦ ହଜାର ପରିବାରକୁ ଘର ତିଆରି ପାଇଁ ସହାୟତା ମଧ୍ୟ ଦିଆଯାଇଛି । ବସ୍ତିମୁକ୍ତ ଓଡିଶା ଗଠନ ଉଦେ୍ଦଶ୍ୟ ନେଇ ଏହି ସବୁ ବସ୍ତିକୁ ସମସ୍ତ ମୌଳିକ ସୁବିଧା ଦିଆଯାଇ ବିଜୁ ଆଦର୍ଶ କଲୋନୀରେ ପରିଣତ କରାଯାଉଛି । ବର୍ତ୍ତମାନ ସୁଦ୍ଧା ୬୮ଟି ପୌରାଞ୍ଚଳର ୧୦୧୦ ବସ୍ତିକୁ ବିଜୁ ଆଦର୍ଶ କଲୋନୀରେ ପରିଣତ କରାଯାଇଛି ।
କଟକ ମହାନଗର ନିଗମ, ଖୋର୍ଦ୍ଧା, କୋରାପୁଟ ଓ ଯାଜପୁର ପୌରାଞ୍ଚଳକୁ ବିଜୁ ଆଦର୍ଶ କଲୋନୀ ନିର୍ମାଣରେ ଉଲ୍ଲେଖନୀୟ କାର୍ଯ୍ୟ ଲାଗି ମୁଖ୍ୟମନ୍ତ୍ରୀ ସମ୍ମାନିତ କରିଥିଲେ । ସେହିପରି ଯେଉଁଠାରେ ଆଇନଗତ କାରଣରୁ ବସ୍ତି ଲୋକଙ୍କୁ ନିଜେ ରହୁଥିବା ସ୍ଥାନରେ ଜାଗା ଦିଆଯିବା ସମ୍ଭବ ନୁହେଁ, ସେଠାରେ ସମସ୍ତଙ୍କ ସହମତିରେ ନିକଟବର୍ତ୍ତୀ ସ୍ଥାନରେ ଜାଗା ଦିଆଯାଇ ନୂଆ କଲୋନୀ ସ୍ଥାପନ କରାଯାଉଛି । ନୂଆ କଲୋନୀ ସ୍ଥାପନରେ ଚିକିଟି, ବୌଦ୍ଧ, ଢେଙ୍କାନାଳ ଓ କେଶିଙ୍ଗା ଉଲ୍ଲେଖନୀୟ କାର୍ଯ୍ୟ କରିଥିବାରୁ ସେମାନଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ । ଜଙ୍ଗଲ, ଜମିରେ ଘର କରିଥିବା ଗରିବ ଲୋକଙ୍କୁ ଜଙ୍ଗଲ ଅଧିକାର ଆଇନର ପ୍ରୟୋଗରେ ବସ୍ତି ବାସିନ୍ଦାଙ୍କୁ ଜମି ଅଧିକାର ଦେବା କ୍ଷେତ୍ରରେ ଢେଙ୍କାନାଳ ଜିଲ୍ଲା ସାରା ଦେଶରେ ପ୍ରଥମ ସ୍ଥାନ ପାଇଛି । ଏଥିପାଇଁ ମୁଖ୍ୟମନ୍ତ୍ରୀ ଢେଙ୍କାନାଳ ଜିଲ୍ଲା ପ୍ରଶାସନକୁ ସମ୍ବର୍ଦ୍ଧିତ କରିଥିଲେ । ସେହିପରି ରାଜ୍ୟର ଜାଗା ମିଶନ କାର୍ଯ୍ୟକ୍ରମ ଜାତିସଂଘ ୱାର୍ଲଡ ହାବିଟାଟ୍ ପୁରସ୍କାର ପାଇଥିବାରୁ ମୁଖ୍ୟମନ୍ତ୍ରୀ ରାଜ୍ୟର ଜାଗା ମିଶନ ଟିମ୍କୁ ମଧ୍ୟ ସମ୍ବର୍ଦ୍ଧିତ କରିଥିଲେ । ଜାଗା ମିଶନ କାର୍ଯ୍ୟକ୍ରମରେ ଗୁରୁତ୍ୱପୂର୍ଣ୍ଣ ସହଯୋଗ ଯୋଗାଇ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ଟାଟା ଷ୍ଟିଲ ଫାଉଣ୍ଡେସନ୍କୁ ସମ୍ବର୍ଦ୍ଧିତ କରିଥିଲେ ।
କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀ ଉଷା ଦେବୀ କହିଥିଲେ, ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଉଦ୍ୟମ ଯୋଗୁ ରାଜ୍ୟର ଗରିବ ଲୋକମାନଙ୍କ ମୁହଁରେ ଆଜି ହସ ଫୁଟିଛି । ଟାଟା ଷ୍ଟିଲ ଫାଉଣ୍ଡେସନ୍ର ପରି·ଳନା ନିଦେ୍ର୍ଦଶକ କହିଥିଲେ, ଏପରି ଏକ କାର୍ଯ୍ୟକ୍ରମ ଟାଟା ଷ୍ଟିଲ ପାଇଁ ସମ୍ପୂର୍ଣ୍ଣ ଭାବେ ନୂଆ; ଏହି ଦାୟିତ୍ୱକୁ ଆମେ ଠିକ୍ ଭାବେ ତୁଲାଇଛୁ । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପି.କେ ଜେନା, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ୍ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ବିଭାଗର ପ୍ରମୁଖ ସଚିବ ଜି. ମାଥଭାତନନ୍ ପ୍ରାରମ୍ଭିକ ସୂଚନା ଦେଇଥିଲେ ଏବଂ ଜାଗା ମିଶନର ନିଦେ୍ର୍ଦଶକ ଧନ୍ୟବାଦ ଅର୍ପଣ କରିଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *