ଲଘୁଚାପ: ୫ ଦିନ ପ୍ରବଳ ବର୍ଷା ସମ୍ଭାବନା
ଭୂବନେଶ୍ୱର, ୫ା୯(ବୁ୍ୟରୋ): ଦୁଇଦିନ ହେଲା ରାଜ୍ୟର ଅନେକ ଅଞ୍ଚଳରେ ବର୍ଷା ଲାଗି ରହିଛି । ଆହୁରି ୫ ଦିନ ବର୍ଷା ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅପରାହ୍ଣରେ ଜାରି ବୁଲେଟିନ୍ରେ ଦର୍ଶାଯାଇଛି ।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଉତ୍ତର-ପଶ୍ଚିମ ପାଶ୍ୱର୍ବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍ସଂଲଗ୍ନ ଦକ୍ଷିଣ-ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ସମୁଦ୍ର ମଧ୍ୟରେ ଏକ ଲଘୁ·ପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁ·ପ କ୍ଷେତ୍ର ସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଯାଏଁ ବ୍ୟାପିଛି । ଏହା ପ୍ରଭାବରେ ୫ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବୁଧବାର ଅପରାହ୍ଣ ମଧ୍ୟରେ ରାଜ୍ୟର ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ଏବଂ ୧୪ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାରେ ଅରେଞ୍ଜ ୱାଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଆଦି ୧୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି ।