୧୩ରୁ ତିନି ଦିନ ଅବିଶ୍ରାନ୍ତ ବର୍ଷା
ଭୁବନେଶ୍ୱର,୧୧ା୯(ବୁ୍ୟରୋ): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ପାଶ୍ୱବର୍ତ୍ତୀ ମିଆଁମାର ଉପକୂଳ ବାୟୁମଣ୍ଡଳରେ ୩.୧ ରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୭୨ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁ·ପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁ·ପ ପ୍ରଭାବରେ ୧୫ ତାରିଖ ପର୍ଯ୍ୟନ୍ତ ଅବିଶ୍ରାନ୍ତ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଲଘୁ·ପର ପ୍ରଭାବ ଅଧିକ ରହିବ ଓ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୩ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେ ଆଲର୍ଟ, ୧୪ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲା ଓ ୧୫ ରେ ୮ଟି ଜିଲ୍ଲାକୁ ଅରେ ଆଲର୍ଟ ଜାରି କରାଯାଇଛି ।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୁଲେଟିନ୍ ଅନୁସାରେ, ୧୨ ତାରିଖରେ ଅନୁଗୋଳ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼ା, ଗାମ, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ କେତେକ ସ୍ଥାନରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସିଏମ୍ ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ରାୟଗଡ଼ ଓ ଜଗତପତି ଜିଲ୍ଲାରେ କେତେକ ସ୍ଥାନରେ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ଅଛି । ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
୧୩ ତାରିଖରେ ଗଞ୍ଜାମ, ନୟାଗଡ, ବେଦ୍ଧ, କନ୍ଧମାଳ, କଳହାଣ୍ଡି, କଟକ ଏବଂ ଅନୁଗୁଳ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ନେଇ ଆକଳନ କରାଯାଇଛି । ଏସବୁ ଜିଲ୍ଲା ପାଇଁ ଅରେ ୱାର୍ଣ୍ଣିଂ ଜାରି କରାଯାଇଛି । ଦେବଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ ଢେଙ୍କାନାଳ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସିଏମ୍ ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଆଞ୍ଚଳିକ ପାଣିପାଗ କେନ୍ଦ୍ର ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ୧୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ।