୬ ଜିଲ୍ଲାକୁ ରେଡ୍ ଆଲର୍ଟ

କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ
ଭୁବନେଶ୍ୱର, ୧୨ା୯(ବୁ୍ୟରୋ): ୨୪ଘଣ୍ଟା ମଧ୍ୟରେ ଆଉ ଏକ ଲଘୁ·ପ ଘନୀଭୂତ ହେବାର ସମ୍ଭାବନା ରହିଛି । ଗତକାଲିର ଘୂର୍ଣ୍ଣିବଳୟ ଆଜି କେନ୍ଦ୍ରୀୟ ବଙ୍ଗୋପସାଗର ପାଶ୍ୱର୍ବର୍ତ୍ତୀ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ-ପାଶ୍ୱର୍ବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁ·ପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏନେଇ ଅଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଆଜି ଓ ଆସନ୍ତାକାଲି ୨ ଦିନ ଧରି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । କିଛି ଜିଲ୍ଲାରେ ରେଡ୍ ଅ ।ଲର୍ଟ ଜାରି କରାଯାଇଛି । ଆସନ୍ତାକାଲି ସକାଳ ୮.୩୦ ପର୍ଯ୍ୟନ୍ତ ୬ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର ଓ କନ୍ଧମାଳରେ ଅତି ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି କରାଯାଇଛି । ଏହା ସହ ଆସନ୍ତାକାଲି ପାଇଁ ୨୨ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ନେଇ ସତର୍କ କରାଯାଇଛି ।