ଲଘୁଚାପ: ଆଉ ୫ ଦିନ ବର୍ଷିବ
ଭୁବନେଶ୍ୱର, ୧୩ା୯(ବୁ୍ୟରୋ): କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ବୁଧବାର ସକାଳେ ଏକ ଲଘୁ·ପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରିଛି । ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଆସନ୍ତା ୩ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଓ ଦକ୍ଷିଣ ଛତିଶଗଡ଼ ଦେଇ ଗତି କରିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚୂିକ ପାଣିପାଗ ବିଭାଗ ସୂଚନା, ଦେଇଛି । ଫଳରେ ଆସନ୍ତା ୫ ଦିନ ମଧ୍ୟରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ସୂଚନା ଅନୁଯାୀ, ୧୪ ତାରିଖ ଅପରାହ୍ଣ ସୁଦ୍ଧା ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ୮ ଜିଲ୍ଲାରେ ଅତି ପ୍ରବଳ ବର୍ଷା ଓ ୧୨ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ସୋନପୁର ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡ଼ିକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ସମ୍ବଲପୁର, ନୟାଗଡ଼, କଟକ, ଅନୁଗୁଳ ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଦେବଗଡ଼, ଝାରସୁଗୁଡ଼ା, ଗଜପତି, ରାୟଗଡ଼ା, କୋରାପୁଟ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।