ପୁଷ୍ଟି ସହ ସମୃଦ୍ଧିର ସମ୍ପର୍କ ରହିଛି

ଭୁବନେଶ୍ୱର, ୧୪ା୯(ବୁ୍ୟରୋ): ଗୁରୁବାର ଲୋକସେବା ଭବନସ୍ଥିତ କନ୍ଭେସନ୍ ସେଣ୍ଟରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ମା’, କିଶୋରୀ ଝିଅ ଓ ଶିଶୁମାନଙ୍କ ଉପଯୁକ୍ତ ପୁଷ୍ଟିସାଧନ ଉଦେ୍ଦଶ୍ୟରେ “ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ ଓ “ପଡ଼ା ପୁଷ୍ଟି’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ।
ଏହି ଯୋଜନାରେ ରାଜ୍ୟର ୧୫ରୁ ୧୯ ବର୍ଷ ବୟସର ସମସ୍ତ କିଶୋରୀ ବାଳିକାମାନଙ୍କୁ ପୁଷ୍ଟି ସହାୟତା ସହିତ ଗର୍ଭବତୀ ମହିଳା ଓ ପ୍ରସୂତୀ ମା’ମାନଙ୍କ ପାଇଁ ଅଧିକ ଶୁଖିଲା ଖାଦ୍ୟର ବ୍ୟବସ୍ଥା, ଅତିଶୟ ପୁଷ୍ଟିହୀନ ପିଲାମାନଙ୍କ ପାଇଁ ସମ୍ପୂର୍ଣ୍ଣ ଆହାର, ମଧ୍ୟମ ପୁଷ୍ଟିହୀନ ପିଲା ଏବଂ ଅତିଶୟ କମ୍ ଓଜନର ପିଲାମାନଙ୍କ ପାଇଁ ଭିଟାମିନ୍ୟୁକ୍ତ ଛତୁଆ ଓ ଅଣ୍ଡା ପ୍ରଦାନର ବ୍ୟବସ୍ଥା ରହିଛି । “ପଡ଼ା ପୁଷ୍ଟି’ ଯୋଜନାରେ ଦୁର୍ଗମ ତଥା ଆଦିବାସୀ ଅଞ୍ଚଳର ପିଲାମାନଙ୍କୁ ସେମାନଙ୍କ ପଡା ତଥା ଗ୍ରାମରେ ଉତ୍ତମ ରନ୍ଧା ଖାଦ୍ୟ ଯୋଗାଇ ଦିଆଯିବ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ ଯେ, ପୁଷ୍ଟି ସହିତ ସମୃଦ୍ଧିର ଗଭୀର ସମ୍ପର୍କ ରହିଛି । ତେଣୁ ପୁଷ୍ଟିର ଉନ୍ନତି ଜରିଆରେ ଆମେ ବିକାଶର ଲକ୍ଷ୍ୟ ପୂରଣ କରିପାରିବା । ପରିବାରକୁ ଉପଯୁକ୍ତ ପୁଷ୍ଟି କେବଳ ମା’ ହିଁ ଦେଇ ପାରିବ । ତେଣୁ ଏହି କାର୍ଯ୍ୟକ୍ରମର ସଫଳତା ମା’ମାନଙ୍କ ଉପରେ ର୍ନିଭର କରେ । ଆମ ଅଙ୍ଗନବାଡି କର୍ମୀ ଓ ମିଶନ ଶକ୍ତି ମା’ମାନଙ୍କର ମଧ୍ୟ ଏହି କାର୍ଯ୍ୟକ୍ରମର ସଫଳତା ପାଇଁ ଗୁରୁଦାୟିତ୍ୱ ରହିଛି ବୋଲି କହିଥିଲେ ।
ଓଡିଶା ଦେଶର ପ୍ରଥମ ରାଜ୍ୟ ଭାବେ ୨୦୨୦-୨୧ ବର୍ଷରୁ ପୁଷ୍ଟି ବଜେଟ ପରିକଳ୍ପନା କରିଛି । ମମତା ଯୋଜନାରେ ରାଜ୍ୟର ଗର୍ଭବତୀ ମହିଳା ଓ ନବଜାତ ଶିଶୁମାନଙ୍କ ସ୍ୱାସ୍ଥ୍ୟର ଉପଯୁକ୍ତ ଯତ୍ନ ନିଆଯାଉଛି । “ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’
ଏ କ୍ଷେତ୍ରକୁ ଅଧିକ ସୁଦୃଢ କରିବ ।
ଏହି ଯୋଜନା ଦ୍ୱାରା ରାଜ୍ୟର ପ୍ରତ୍ୟେକ ମହିଳା ଓ ଶିଶୁ ସ୍ୱାାସ୍ଥ୍ୟବାନ ହୋଇପାରିବେ । ଏହା ଦ୍ୱାରା ଆମେ ସମୃଦ୍ଧି ପଥରେ ଆଗେଇବା ସହିତ ଆମ ଲକ୍ଷ୍ୟ ହାସଲରେ ସଫଳ ହେବା । ୫ଟିର ପାଞ୍ଚଟି ଉପାଦାନର ପ୍ରୟୋଗରେ ମହିଳା ଓ ଶିଶୁ ବିକାଶ ବିଭାଗ ତୃଣମୂଳ ସ୍ତରରେ ସମସ୍ତଙ୍କୁ ସଂଶ୍ଳିଷ୍ଟ କରି ଏହି ଯୋଜନାର ସଫଳ କାର୍ଯ୍ୟକାରିତା ପାଇଁ କାର୍ଯ୍ୟକରିବ ବୋଲି ମୁଁ ଦୃଢ ନିଶ୍ଚିତ । ଆମ ସମସ୍ତଙ୍କ ସମ୍ମିଳିତ ଉଦ୍ୟମ ହିଁ ଲୋକମାନଙ୍କୁ ଉନ୍ନତ ସ୍ୱାସ୍ଥ୍ୟ ଓ ଉନ୍ନତ ପୁଷ୍ଟି ଯୋଗାଇ ଦେଇ ସାମଗ୍ରୀକ ବିକାଶକୁ ଆହୁରି ଆଗକୁ ନେବ ।
କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଯୋଗଦେଇ ବିଭାଗୀୟ ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ କହିଥିଲେ, “ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ ଆମ ପାଇଁ ଏକ ମିଶନ । ଏହି ଯୋଜନା ସମଗ୍ର ଓଡିଶାବାସୀଙ୍କ ଜୀବନ ଓ ଭବିଷ୍ୟତକୁ ଉନ୍ନତ କରିବ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ୍ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।ଉନ୍ନୟନ କମିଶନର ତଥା ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ କହିଲେ ଯେ ପୁଷ୍ଟି ସୂଚକାଙ୍କରେ ଧିରେ ଧିରେ ଆମେ ଉପରକୁ ଉଠୁଛୁ । ଜାତୀୟ ସ୍ତରରେ ମଧ୍ୟ ଏ କ୍ଷେତ୍ରରେ ଓଡିଶା ଭଲ ସ୍ଥିତିରେ ରହିଛି । ପୁଷ୍ଟିସାଧନ କ୍ଷେତ୍ରରେ ରୂପାନ୍ତର ଆଣିବା ପାଇଁ “ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ ଏକ ସମୟୋପଯୋଗୀ ପଦକ୍ଷେପ ବୋଲି ସେ ବର୍ଣ୍ଣନା କରିଥିଲେ । କାର୍ଯ୍ୟକ୍ରମରେ ବିଭାଗୀୟ କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ସ୍ୱାଗତ ଭାଷଣ ଦେଇଥିବା ବେଳେ ନିଦେ୍ର୍ଦଶକ ଶ୍ରୀ ଲିଙ୍ଗରାଜ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *