ବିଜେଡିରୁ ସୌମ୍ୟ, ସୁଧାଂଶୁ ବହିଷ୍କୃତ
ଭୁବନେଶ୍ୱର: ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଓ ରେମୁଣା ବିଧାୟକ ସୁଧାଂଶୁ ପରିଡ଼ାଙ୍କୁ ଗୁରୁବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରାଯାଇଛି । ଜନବିରୋଧୀ କାର୍ଯ୍ୟ ପାଇଁ ଉଭୟଙ୍କୁ ଦଳୁ ବହିଷ୍କାର କରାଯାଇଥିବା ନେଇ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଣମାଧ୍ୟମଙ୍କୁ ସୂଚନା ଦେଇଛନ୍ତି । ସେପ୍ଟେମ୍ବର ୧୨ରେ ସୌମ୍ୟଙ୍କୁÿ ବିଜେଡି ଦଳର ଉପସଭାପତି ପଦରୁ ବହିଷ୍କାର କରାଯାଇଥିଲା ।
ସୌମ୍ୟଙ୍କ ବିରୁଦ୍ଧରେ ‘ସମ୍ବାଦ’ର ୩୦୦ରୁ ଊଦ୍ଧ୍ୱର୍ ପୂର୍ବତନ କର୍ମ·ରୀମାନେ ସଂଗଠିତ ବ୍ୟାଙ୍କ ଋଣ ସ୍କାମର ଅଭିଯୋଗ ଆଣିଛନ୍ତି ଓ ତାଙ୍କ ବିରୁଦ୍ଧରେ ଅର୍ଥନୀତିକ ଅପରାଧ ଶାଖାରେ ମାମଲା ରୁଜୁ କରାଯାଇଛି ବୋଲି ନବୀନ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଗୁରୁବାର ନବୀନ ନିବାସରେ ବିଜେଡି ସଭାପତି ଶ୍ରୀ ପଟ୍ଟନାୟକ କହିଛନ୍ତି, ସମ୍ବାଦ ଖବରକାଗଜର ପୂର୍ବତନ କର୍ମଚାରୀଙ୍କ ଅଭିଯୋଗ ଆଧାରରେ ଅର୍ଥନୀତିକ ଅପରାଧ ଶାଖାରେ ସୌମ୍ୟଙ୍କ ବିରୁଦ୍ଧରେ ଆଇପିସିର ଧାରା ୫୦୬, ୪୬୭, ୪୬୮, ୪୭୧, ୪୨୦ ଓ ୧୨୦-ଖରେ ମାମଲା ରୁଜୁ ହୋଇଛି । ପରେ ସମ୍ବାଦର ବହୁ ପୁରୁଣା କର୍ମଚାରୀ ମଧ୍ୟ ସମାନ ଅଭିଯୋଗ ଅର୍ଥନୀତିକ ଅପରାଧ ଶାଖାରେ କରିଛନ୍ତି । ୩୦୦ରୁ ଅଧିକ ପୂର୍ବତନ କର୍ମଚାରୀଙ୍କ ନାଁରେ ଜାଲ୍ ଦସ୍ତାବିଜ ମାଧ୍ୟମରେ କୋଟି କୋଟି ଟଙ୍କା ଋଣ ଆଣିବା ପାଇଁ ଏହା ଏକ ସଂଗଠିତ ବ୍ୟାଙ୍କ ଜାଲିଆତିର ଗୁରୁତର ମାମଲା ।ସୌମ୍ୟଙ୍କ ବିରୁଦ୍ଧରେ ‘ସମ୍ବାଦ’ର ୩୦୦ରୁ ଊଦ୍ଧ୍ୱର୍ ପୂର୍ବତନ କର୍ମ·ରୀମାନେ ସଂଗଠିତ ବ୍ୟାଙ୍କ ଋଣ ସ୍କାମର ଅଭିଯୋଗ ଆଣିଛନ୍ତି ଓ ତାଙ୍କ ବିରୁଦ୍ଧରେ ଅର୍ଥନୀତିକ ଅପରାଧ ଶାଖାରେ ମାମଲା ରୁଜୁ କରାଯାଇଛି ବୋଲି ନବୀନ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଗୁରୁବାର ନବୀନ ନିବାସରେ ବିଜେଡି ସଭାପତି ଶ୍ରୀ ପଟ୍ଟନାୟକ କହିଛନ୍ତି, ସମ୍ବାଦ ଖବରକାଗଜର ପୂର୍ବତନ କର୍ମଚାରୀଙ୍କ ଅଭିଯୋଗ ଆଧାରରେ ଅର୍ଥନୀତିକ ଅପରାଧ ଶାଖାରେ ସୌମ୍ୟଙ୍କ ବିରୁଦ୍ଧରେ ଆଇପିସିର ଧାରା ୫୦୬, ୪୬୭, ୪୬୮, ୪୭୧, ୪୨୦ ଓ ୧୨୦-ଖରେ ମାମଲା ରୁଜୁ ହୋଇଛି । ପରେ ସମ୍ବାଦର ବହୁ ପୁରୁଣା କର୍ମଚାରୀ ମଧ୍ୟ ସମାନ ଅଭିଯୋଗ ଅର୍ଥନୀତିକ ଅପରାଧ ଶାଖାରେ କରିଛନ୍ତି । ୩୦୦ରୁ ଅଧିକ ପୂର୍ବତନ କର୍ମଚାରୀଙ୍କ ନାଁରେ ଜାଲ୍ ଦସ୍ତାବିଜ ମାଧ୍ୟମରେ କୋଟି କୋଟି ଟଙ୍କା ଋଣ ଆଣିବା ପାଇଁ ଏହା ଏକ ସଂଗଠିତ ବ୍ୟାଙ୍କ ଜାଲିଆତିର ଗୁରୁତର ମାମଲା
ସେହିପରି ରେମୁଣା ବିଧାୟକ ଶ୍ରୀ ପରିଡ଼ାଙ୍କ ବିରୁଦ୍ଧରେ ଲୋକାୟୁକ୍ତଙ୍କ ନିଦେ୍ର୍ଦଶରେ ଭିଜିଲାନ୍ସ ମାମଲାର ତଦନ୍ତ କରୁଛି । ନିଗମାନନ୍ଦ ଆସୋସିଏଟସ୍ର ପରିଚାଳନା ସହଯୋଗୀ ଭାବେ ୨୦୧୭-୧୮ରୁ ୨୦୧୯-୨୦ ମସିହା ଶ୍ରୀ ପରିଡ଼ା ପ୍ରାୟ ୩କୋଟି ଟଙ୍କାରୁ ଅଧିକ କୃଷି ଋଣ ସବସିଡି ଅର୍ଥ ସମେତ ଅନ୍ୟ ସରକାରୀ ସବସିଡିକୁ ହଡ଼ପ କରିଥିବାର ଅଭିଯୋଗ ରହିଛି ବୋଲି ନବୀନ ସୂଚନା ଦେଇଛନ୍ତି। ବିଜେଡି ପକ୍ଷରୁ ପ୍ରେସ୍ ରିଲିଜ୍ ଜାରି କରାଯାଇ ଉଲ୍ଲେଖ କରାଯାଇଛି, ଲୋନ୍ ସ୍କାମ୍ ନେଇ ସୌମ୍ୟଙ୍କୁ ବହିଷ୍କାର କରାଯାଇଛି । ଲୋନ୍ ସ୍କାମ୍ ନେଇ ଇଓଡବ୍ଲୁରେ ସୌମ୍ୟଙ୍କ ନାଁରେ ଅଭିଯୋଗ ହୋଇଛି । ଅନେକ ପୂର୍ବତନ କର୍ମଚାରୀ ଏନେଇ ଅଭିଯୋଗ କରିଛନ୍ତି । ୩ ଶହରୁ ଅଧିକ କର୍ମଚାରୀଙ୍କ ନାଁରେ ଲୋନ୍ ଉଠାଯାଇଛି । ଜାଲ୍ ଡକୁ୍ୟମେଣ୍ଟ ଯୋଗେ କୋଟି କୋଟି ଟଙ୍କା ଉଠାଯାଇଛି । ଲୋନ୍ ଉଠାଇବା ପାଇଁ ଏହା ଏକ ସଂଗଠିତ ବ୍ୟାଙ୍କ୍ ଫ୍ରଡ୍ ବୋଲି ପ୍ରେସ ରିଲିଜରେ ଉଲ୍ଲେଖ ରହିଛି । ସବ୍ସିଡି ସ୍କାମ୍ ମାମଲାରେ ସୁଧାଂଶୁଙ୍କୁ ବହିଷ୍କାର କରାଯାଇଥିବା ପ୍ରେସ ରିଲିଜରେ ଦର୍ଶାଯାଇଛି । ସୁଧାଂଶୁ ଚାଷୀଙ୍କ ପାଇଁ ଉଦ୍ଦିଷ୍ଟ ସରକାରୀ ସବ୍ସିଡି ହଡ଼ପ କରିଛନ୍ତି । ସୁଧାଂଶୁଙ୍କ ପରିଚାଳନାଧୀନ କଂପାନୀ ୩ କୋଟି ହଡ଼ପ କରିଛି । ଲୋକପାଳଙ୍କ ନିଦେ୍ର୍ଦଶରେ ଭିଜିଲାନ୍ସ ମାମଲାର ତଦନ୍ତ କରୁଛି ।
୨୦୧୮ ମାର୍ଚ୍ଚ ମାସରେ ସୌମ୍ୟ ଆନୁଷ୍ଠାନିକ ଭାବେ ବିଜେଡିରେ ସାମିଲ ହୋଇଥିଲେ । ୨୦୨୦ ମସିହାରେ ବିଜେଡି ତାଙ୍କୁ ଦଳର ଉପସଭାପତି ପଦ ସହ ବିଭିନ୍ନ ଜିଲ୍ଲାର ଦାୟିତ୍ୱ ଦେଇଥିଲା । ମାତ୍ର ପରେ ତାଙ୍କୁ ଜିଲ୍ଲା ପର୍ଯ୍ୟବେକ୍ଷକ ଦାୟିତ୍ୱରୁ ହଟାଇ ଦେଇଥିଲା ।