କେନ୍ଦ୍ର ଅବହେଳା ମୁଖ୍ୟ ପ୍ରସଙ୍ଗ

ଭୁବନେଶ୍ୱର, ୧୫ା୧୨(ବୁ୍ୟରୋ): ବିଜୁ ଜନତା ଦଳର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଯାଇଛି । ବିଜୁ ବାବୁଙ୍କର ଫଟୋଚିତ୍ରରେ ଶ୍ରଦ୍ଧା ସୁମନ ଅର୍ପଣ ଓ ବନେ୍ଦ ଉକ୍ରଳ ଜନନୀ ଗାନ ପରେ ବୈଠକ ଆରମ୍ଭ ହୋଇ ସାଙ୍ଗଠନିକ, ୧୧ଟି ରାଜନୈତିକ ଓ ୧୬ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା କରାଯାଇ ପାରିତ ହୋଇଛି । ବିଭିନ୍ନ ଏଜେଣ୍ଡା ଉପରେ ଦଳର ବରିଷ୍ଠଉପ-ସଭାପତି ପ୍ରସନ୍ନ ଆ·ର୍ଯ୍ୟ ଅଭିଭାଷଣ
ରଖିଥିଲେ । ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସଂ·ଳନାରେ ପ୍ରଥମେ ସାଂଗଠନିକ ପ୍ରସ୍ତାବ ଦଳର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର ଆଗତ କରିଥିଲେ । ବିଧାୟିକା ଲତିକା ପ୍ରଧାନଙ୍କ ସମର୍ଥନ ପରେ ଏହା ସର୍ବସମ୍ମତିକ୍ରମେ ପାରିତ ହୋଇଥିଲା । ଏହାପରେ ୧୧ଟି ରାଜନୈତିକ ପ୍ରସ୍ତାବ ଓ ୧୬ଟି ଧନ୍ୟବାଦ ପ୍ରସ୍ତାବ ଆଲୋଚନା ହୋଇ ପାରିତ ହୋଇଥିଲା । ୨୦୦୦ ମସିହାରୁ ବିଧାନସଭା, ଲୋକସଭା ନିର୍ବାଚନ, ଉପନିର୍ବାଚନ, ସମବାୟ ନିର୍ବାଚନ ବିଶେଷକରି ପଂ·ୟତ ଓ ପୈାର ନିର୍ବାଚନରେ ବିଜୁ ଜନତା ଦଳର ଲଗାତାର ବିଜୟ ପାଇଁ ଓଡିଶାର ଜନ ସାଧାରଣଙ୍କୁ ଦଳ ପକ୍ଷରୁ କୃତଜ୍ଞତା ଅର୍ପଣ କରାଯାଇଥିଲା । ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କର ନେତୃତ୍ୱ ଲଗାତାର ବିପୁଳ ସଫଳତା ମିଳିଛି । ଏହାସହିତ ଜଗନ୍ନାଥ ସଂସ୍କୃତି ଓ ଚେତନାର ପ୍ର·ର ପ୍ରସାର, ଜଗନ୍ନାଥ ପରିକ୍ରମା ପ୍ରକଳ୍ପର ରୂପାୟନ ଓ ଲିଙ୍ଗରାଜ, ମା’ ସମଲେଇ, ତାରାତାରିଣୀ ସହିତ ବିଭିନ୍ନ ଉପାସନା ପୀଠ ଓ ଐତିହ୍ୟର ସଂରକ୍ଷଣ ଏବଂ ପୁନରୁଦ୍ଧାର ନିମିତ୍ତ ନେଇଥିବା ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରାଯାଇଥିଲା । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଲୋକଙ୍କ ପାଇଁ ସଂଜୀବନୀ ହୋଇଛି । ଯାହାକି ଭାରତବର୍ଷରେ ଅଭିନବ ଓ ଅନନ୍ୟ । ଓଡିଶାରେ ସାମାଜିକ ସୁରକ୍ଷା ଓ ଖାଦ୍ୟ ନିରାପତ୍ତା କାର୍ଯ୍ୟକ୍ରମ ତଥା ସ୍ୱାସ୍ଥ୍ୟ ଭିତ୍ତିଭୂମିର ଦ୍ରୁତ ରୂପାନ୍ତରୀକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ ପ୍ରସ୍ତାବ ପାରିତ ହୋଇଥିଲା । ମହିଳା ଓ ଯୁବ ବର୍ଗଙ୍କୁ ସଶକ୍ତ କରିବା, ରାଜ୍ୟର ଦ୍ରୁତ ଶିଳ୍ପାୟନ ସହିତ ନିଯୁକ୍ତି ଓ ଆତ୍ମନିଯୁକ୍ତି ସୁଯୋଗରର ସଂପ୍ରସାରଣ ଏବଂ ପୁଂଜିନିବେଶରେ ଓଡିଶା ଲଗାତାର ଭାରତର ଶୀର୍ଷ ୩ଟି ରାଜ୍ୟ ଭିତରେ ରହିଥିବାରୁ ନବୀନ ସରକାରଙ୍କୁ ଧନ୍ୟବାଦ ଦିଆଯାଇଥିଲା । କ୍ରୀଡା ଭିତ୍ତିଭୂମିର ବିକାଶ ଏବଂ ଆଇଟି କ୍ଷେତ୍ରରେ ଦୃତ ବିକାଶ କରି ଯୁବଶକ୍ତିର ଆକଂକ୍ଷାକୁ ପୂରଣ କରିବା ପାଇଁ ନବୀନ ସରକାର ବଳିଷ୍ଠ ପଦକ୍ଷେପକୁ ନେଇଛନ୍ତି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *